Tuesday, April 23, 2024
32.5 C
Odisha

    ପାରାଦୀପରେ ୩ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାରେ ଶିଳ୍ପାୟନର ନୂଆ ଅଧ୍ଯାୟ। ପାରାଦୀପରେ ୩ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ ପ୍ଲାଣ୍ଟରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି । ଏହାଦ୍ୱାରା ଆଗାମୀ ଦିନରେ ୩୦ ହଜାର ଯୁବବର୍ଗଙ୍କୁ କର୍ମନିଯୁକ୍ତି ମିିିଳିବ । ବାର୍ଷିକ ୧୩.୨ ମିଲିୟନ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପ ସହିତ ୫୨ ମିଲିୟନ ମେଟ୍ରିକ ଟନ ବିଶିଷ୍ଟ ନିଜସ୍ବ ଜେଟିର ଭୂମିପୂଜନ ଓ ଭିତ୍ତିପ୍ରସ୍ତରର ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
    ସେହିପରି ରିନ୍ଯୁ ଇ-ଫୁଏଲ ଗ୍ରୀନ ଆମୋନିଆ ପ୍ଲାଣ୍ଟ ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିଛି । ଏହା ୪ହଜାର ରୋଜଗାର ସୃଷ୍ଟି କରିିବ । ଏହାସହ ଆଉ ଏକ କମ୍ପାନୀ ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରିଛି । ଏହାଦ୍ୱାରା ୮୧୦ ଜଣଙ୍କୁ କର୍ମନିଯୁକ୍ତି ମିିଳିବ । ଶିଳ୍ପାୟନ ଦ୍ୱାରା ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇଦେବାକୁ ଲକ୍ଷ୍ୟ ରଖି ନୂତନ ଶିଳ୍ପ ପ୍ରତିଷ୍ଠା କରାଯାଉଥିବା କହିଛନ୍ତି ରାଜ୍ୟ ସରକାର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    32.5 ° C
    32.5 °
    32.5 °
    31 %
    2.5kmh
    50 %
    Tue
    34 °
    Wed
    40 °
    Thu
    43 °
    Fri
    44 °
    Sat
    44 °

    ସମ୍ବନ୍ଧିତ