Wednesday, February 5, 2025
34.5 C
Odisha

    ପରୀ ହତ୍ୟାକାଣ୍ଡର ହତ୍ୟାକାରୀକୁ ୨୦ ବର୍ଷ ଜେଲଦଣ୍ଡ ଦେଲେ କୋର୍ଟ

    ଆଗକୁ ପଢନ୍ତୁ

    ବହୁଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟାକାଣ୍ଡ ଘଟଣାରେ ଆସିଛି ଚୂଡାନ୍ତ ରାୟ । ପରୀ ହତ୍ୟାକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ନୟାଗଡ଼ ଚିଲ୍ଡ୍ରେନ୍ କୋର୍ଟ ଏହି ମାମଲାରେ ରାୟ ଶୁଣାଇଛନ୍ତି । ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୬ ହଜାର ଟଙ୍କା ଜରିମାନା ଦେବେ ହତ୍ୟାକାରୀ । କୋର୍ଟଙ୍କ ରାୟ ଆସିବା ପରେ ସରକାରୀ ଓକିଲ ପ୍ରତିକ୍ରିୟା ଦେଇ କହିଛନ୍ତି, ଦୋଷୀ ସାବାଳକ ହୋଇଥିଲେ ମୃତ୍ୟୁଦଣ୍ଡ ମିଳିଥାନ୍ତା । ୨୦୨୦ ମସିହା ଜୁଲାଇ ୧୪ରେ ଘର ଅଗଣାରୁ ୫ ବର୍ଷର ଝିଅ ପରୀ ନିଖୋଜ ହୋଇଯାଇଥିଲା । ନିଖୋଜ ହେବାର ୧୦ ଦିନ ପରେ ଘର ନିକଟସ୍ଥ ପୋଖରୀରୁ ଏକ ବସ୍ତା ଭିତରୁ ପରୀର ଦେହାବଶେଷ ଉଦ୍ଧାର କରାଯାଇଥିଲା । କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଭାର ନେଇଥିଲା । ଏପରିକି ଏହି ଘଟଣା ପାଇଁ ଏସଆଇଟି ମଧ୍ୟ ଗଠନ କରାଯାଇଥିଲା । ବିଭିନ୍ନ ଦିଗକୁ ତର୍ଜମା କରିବା ସହ ପାରିପାଶ୍ୱିର୍କ ସ୍ଥିତିକୁ ଦେଖିବା ପରେ ଅଭିଯୁକ୍ତଙ୍କୁ ଠାବ କରିବାରେ ସଫଳ ହୋଇଥିଲା କ୍ରାଇମବ୍ରାଞ୍ଚ । ୩୧ ଜଣ ସାକ୍ଷୀ ଓ ୧୩୫ଟି ଦସ୍ତାବିଜ ଏବଂ ୧୮ଟି ପ୍ରମାଣକୁ ଭିତ୍ତିକରି ହତ୍ୟା ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି କୋର୍ଟ । ରାୟ ଶୁଣାଣି ପୂର୍ବରୁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଛି । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.5 ° C
    34.5 °
    34.5 °
    18 %
    3.6kmh
    89 %
    Wed
    33 °
    Thu
    35 °
    Fri
    34 °
    Sat
    33 °
    Sun
    34 °

    ସମ୍ବନ୍ଧିତ