Sunday, October 11, 2026
30.5 C
Odisha

    ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବାନେଇ କହିଲା ପାଣିପାଗ ବିଭାଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ହୋଇପଡୁଛି ଜନଜୀବନ । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମୁଛି। ତେବେ ଏହାରି ମଧ୍ୟ ପାଣିପାଗ ବିଭାଗ ରାଜ୍ୟରେ ପୁଣି ବର୍ଷା ନେଇ ସୂଚନା ଦେଇଛି। ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ। ଏନେଇ ଆକଳନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବର୍ତ୍ତମାନ ରାଜ୍ୟରେ ପ୍ରବଳ ଶୀତ ହେଉଥିବା ବେଳେ ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ। ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ହେବ। ୪ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ। ସେପଟେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଛି। ଉପାନ୍ତରୁ ଉପକୂଳ ସବୁଠି ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ହାଲୁକା ଶୀତ ହେବ। ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ। ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବା ରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ ରୁ ୨୦୦ ମିଟର ଭିଜିବିଲିଟି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    52 %
    2.8kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ