Saturday, July 27, 2024
24.6 C
Odisha

    ପିକନିକ ପାଇଁ ନିୟମ ଜାରି କଲା ପରିବହନ ବିଭାଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:-ପିକନିକ ପାଇଁ ଏସଓପି ଜାରି କରିଛି ପରିବହନ ବିଭାଗ । ପିକନିକ ସମୟରେ ଦୁର୍ଘଟଣା କମାଇବା ପାଇଁ ସଚେତନତା ସହ ଅମାନିଆଙ୍କ ପାଇଁ କଠୋର ହୋଇଛି ବିଭାଗ । ଏସଓପି ଅନୁସାରେ ମଦ୍ୟପାନ କରି ଗାଡି ଚଳାଇଲେ ଡ୍ରାଇଭରଙ୍କୁ ତୁରନ୍ତ ଗିରଫ କରାଯାଇ ଲାଇସେନ୍ସ ବାତିଲ କରାଯିବ। ଦୂର ଯାତ୍ରାକୁ ପିକନିକ ପାଇଁ ଗଲେ ଆସିଷ୍ଟାଣ୍ଟ ରଖିବାକୁ ପରାମର୍ଶ ଦିଆଯାଇଛି । ପିକନିକ ଯାତ୍ରା ପାଇଁ ଯାନବାହନ ମାଲିକମାନଙ୍କୁ ସମ୍ପୃକ୍ତ ଆରଟିଓରୁ ସ୍ୱତନ୍ତ୍ର ଅନୁମତି ନେବା ଦରକାର । ପ୍ରତ୍ୟେକ ପିକନିକ୍ ସ୍ପଟ୍ ନିକଟରେ ପରିବହନ ବିଭାଗ କର୍ମଚାରୀ ନିୟୋଜିତ ରହିବେ। ଯେଉଁ ଯାନଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ୍ ବଳବତ୍ତର ଅଛି, କେବଳ ସଂପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ପିକନିକ ପାଇଁ ଅନୁମତି ମିଳିବ । ପ୍ରମୁଖ ପିକନିକ୍ ସ୍ପଟ୍ ଗୁଡିକରେ ଦୁର୍ଘଟଣା ଜନିତ ସଚେତନତା କରାଯିବ । ବିପଦଜନକ ବା ଆପତ୍ତିଜନକ ସାମଗ୍ରୀ ପରିବହନ ରୋକିବା ପାଇଁ ପିକନିକ୍ ସ୍ପଟ୍ ବା ତୀର୍ଥ ସ୍ଥାନଗୁଡିକ ନିକଟରେ ପୋଲିସ୍ ଯାନଗୁଡିକର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ । ଓଭରଲୋଡିଂ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରିବହନ ବିଭାଗ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହିତ ସହଯୋଗ କରିବ ଏବଂ ପିକନିକ୍ ସ୍ପଟ୍ ଗୁଡିକରେ ସଡକ ସୁରକ୍ଷା ବାର୍ତ୍ତା ଏବଂ ପ୍ରଶଂସାପତ୍ର, ସଡ଼କ ଦୁର୍ଘଟଣା ପୀଡିତଙ୍କ ପରିବାରର ଆବେଦନପତ୍ର ଲିଫଲେଟ୍, ପାମ୍ପଲେଟ୍ ବଣ୍ଟନ କରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ