Tuesday, September 8, 2026
25.2 C
Odisha

    ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଆଡଭୋକେଟ୍ ଜେନେରାଲ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶା ହା‌ଇକୋର୍ଟଙ୍କ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଆଡଭୋକେଟ୍ ଜେନେରାଲ ‌ହୋଇଛନ୍ତି। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ ଆଇନ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି।

    ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ମାସେ ଅତିକ୍ରମ କରିଛି। ଆଜି ଯାଏଁ ଏଜି ନିଯୁକ୍ତି ହୋଇ ନଥିବାରୁ ବିଭିନ୍ନ ମହଲରୁ ଉଦବେଗ ପ୍ରକାଶ ପାଉଥିଲା। ଏପରିକି ବରିଷ୍ଠ ରାଜନେତା ବିଜୟ ମହାପାତ୍ର ଏନେଇ ପ୍ରଶ୍ନ କରିଥିଲେ। ବିରୋଧୀ ବିଜେଡି ମଧ୍ୟ ସରକାରଙ୍କୁ ଘେରିଥିଲା। କାରଣ, ଆଡଭୋକେଟ୍ ଜେନେରାଲ ଏକ ସାମ୍ୱିଧାନିକ ପଦବି। ସରକାର କ୍ଷମତାକୁ ଆସିବା ପରେ ପ୍ରଥମ କ୍ୟାବିନେଟରେ ଏଜି ନିଯୁକ୍ତି ସମ୍ପର୍କରେ ନିଷ୍ପତ୍ତି କରିବା କଥା। ଏକାଧିକ ବରିଷ୍ଠ ଆଇନଜୀବୀ ଲବିରେ ଥିବାରୁ ନିଷ୍ପତ୍ତି ବିଳମ୍ୱ ହୋଇଥିଲା। ମୋହନ ସରକାର ଶେଷରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ୱର ଆଚାର୍ଯ୍ୟଙ୍କ ନାଁରେ ମୋହର ମାରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    90 %
    1.5kmh
    96 %
    Tue
    25 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ