Saturday, January 18, 2025
27.7 C
Odisha

    ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପାଇଁ ଆବେଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ। ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ।ଜୁଲାଇ ୧୮ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୩ ମଧ୍ୟରେ ଅନୁଷ୍ଠିତ ହେବ। ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତ୍ତି ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.7 ° C
    27.7 °
    27.7 °
    20 %
    2.1kmh
    33 %
    Sat
    28 °
    Sun
    30 °
    Mon
    32 °
    Tue
    33 °
    Wed
    34 °

    ସମ୍ବନ୍ଧିତ