Sunday, October 4, 2026
24.3 C
Odisha

    ରୁଷ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

    ଆଗକୁ ପଢନ୍ତୁ

    ନୂଆଦିଲ୍ଳୀ: ୧୬ତମ ବ୍ରିକ୍ସ ସମ୍ମିଳନୀ‌ରେ ଯୋଗ‌ ଦେବା ପାଇଁ ରୁଷ୍‌ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସେଠାରେ ରୁଷ୍‌ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

    ପୁଟିନଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ମଧ୍ୟ ଭେଟିବା ସହିତ ଅନ୍ୟ ବ୍ରିକ୍ସ ସଦସ୍ୟ ରାଷ୍ଟ୍ରର ନେତାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର ସମ୍ଭାବନା ରହିଛି।

    ପ୍ରଧାନମନ୍ତ୍ରୀ ମୋଦୀ ଏକ ବିବୃତିରେ କହିଛନ୍ତି ଯେ ବ୍ରିକ୍ସ ମଧ୍ୟରେ ଥିବା ଘନିଷ୍ଠ ସହଯୋଗକୁ ଭାରତ ଗୁରୁତ୍ୱ ଦେଇଥାଏ। ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ କ୍ରମେ ମୋଦୀ ରୁଷ୍‌ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଅନ୍ୟ ବ୍ରିକ୍ସ ନେତା ଏବଂ ଆମନ୍ତ୍ରିତ ଅଧିକାରୀଙ୍କ ସହ କଥା ହେବେ ବୋଲି ଜଣାପଡ଼ିଛି।

    ଚଳିତ ବର୍ଷ ବ୍ରିକ୍ସ ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ରହିଛି , ‘ ଷ୍ଟ୍ରେନ୍‌ଦେନିଙ୍ଗ ମଲ୍ଟିଲାଟେରାଲିଜିମ ଫର୍‌ ଜଷ୍ଟ ଗ୍ଲୋବାଲ ଡେଭେଲପମେଣ୍ଟ୍‌ ଆଣ୍ଡ ସିକ୍ୟୁରିଟି’ ଅର୍ଥାତ୍‌ ବିଶ୍ବର ବିକାଶ ଏବଂ ସୁରକ୍ଷା ପାଇଁ ବହୁପକ୍ଷବାଦକୁ ସୁଦୃଢ଼ କରିବା। ଏହାଦ୍ବାରା ବିଶ୍ବ ନେତାମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବୈଶ୍ବିକ ପ୍ରସଙ୍ଗ ଉପରେ ଏହି ଗୁରୁତ୍ବପୂର୍ଣ୍ଣ ମଞ୍ଚରେ ଆଲୋଚନା କରିପାରିବେ। ତେବେ ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ୍‌ଙ୍କ ସହ ଦ୍ବିପାକ୍ଷିକ କଥାବାର୍ତ୍ତା କରିବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ