Sunday, October 18, 2026
21.4 C
Odisha

    ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଜୟ ଜଗନ୍ନାଥ…ଜୟ ଜଗନ୍ନାଥ…। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର। ଓଡ଼ିଶାର ସବୁ ପରିବାର ମା’-ମାଉସୀ, ଭାଇ-ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିକଟରେ ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ପର୍ବରେ ଯୋଗଦେବାର ସୁଯୋଗ ମିଳିଥିଲା। ସେଠାରେ ଓଡ଼ିଶାର ଚା’ ପିଇଥିଲି। ତିନିଦିନିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ସନ୍ଧ୍ୟାରେ ଏହା କହିଛନ୍ତି। ବିମାନବନ୍ଦର ନିକଟରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମହାରାଷ୍ଟ୍ର ନିର୍ବାଚନ ଫଳ, ହରିୟାଣା ନିର୍ବାଚନ ଫଳ ପରେ ଦେଶରେ ବିଶ୍ବାସ ଭରିଛି। ଏହି ବିଜୟର ଆୟମାରମ୍ଭ ଓଡ଼ିଶାରୁ ହୋଇଛି। ବିରୋଧୀ ଦଳ ମୋଦୀ ସରକାରଙ୍କ ବିରୋଧରେ ସବୁବେଳେ ଅପପ୍ରଚାର କରୁଛନ୍ତି। କିନ୍ତୁ ଜନତା ମୋଦୀ ସରକାରଙ୍କୁ ଆଶୀର୍ବାଦ କରୁଛନ୍ତି। ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ କିଛି ଲୋକ କହୁଥିଲେ ଓଡ଼ିଶାରେ ବିଜେପିର ବଳ ନାହିଁ। ମାତ୍ର ନିର୍ବାଚନ ଫଳାଫଳ ଓଲଟା ଦେଖାଗଲା। ଯେଉଁ ରାଜ୍ୟରେ ଆମ ସରକାର ନଥିଲା, ସେଠାରେ ଆମର ଯୋଜନାର ନାମକୁ ବଦଳାଇ ଦେଉଥିଲେ। କେନ୍ଦ୍ର ସରକାର ଓଡ଼ିଶାର ବିକାଶ ପାଇଁ ସବୁବେଳେ ସମର୍ଥନ ଦେଇ ଆସୁଛନ୍ତି। କେନ୍ଦ୍ରରେ ଓଡ଼ିଶାର ପ୍ରତିନିଧିତ୍ବକୁ ଗୁରୁତ୍ବ ଦିଆଯାଇଛି। କେନ୍ଦ୍ରର କାର୍ଯ୍ୟ ଓଡ଼ିଶାବାସୀ ଗ୍ରହଣ କରିଛନ୍ତି। ଓଡ଼ିଶାକୁ ବିଜେପି  ନୂଆନୂଆ ଯୋଜନା ଭେଟି ଦେଇଛି।

    ପ୍ରଧାନମନ୍ତ୍ରୀ କହିଛନ୍ତି, ରାଜନୀତିରେ ବିରୋଧୀମାନେ ବିରୋଧ କରିବା ସ୍ବାଭାବିକ। ରାଜନୈତିକ ଦଳ ଜନତାକୁ ସଚେତନ କରିଥାନ୍ତି। ଆନ୍ଦୋଳନ ଆଗରୁ ହେଉଥିଲା ଏବଂ ଏବେ ବି ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଓଡ଼ିଶାରେ ପ୍ରଥମ ଥର ପାଇଁ ଡିଜିପି ସମ୍ମିଳନୀର ଆୟୋଜନ ହେଉଛି। କେନ୍ଦ୍ରର ମାର୍ଗଦର୍ଶନରେ ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ମହିଳା, ଚାଷୀ, ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ରାଜ୍ୟ ସରକାର ଶିଳ୍ପ ପ୍ରତିଷ୍ଠା ଜରିଆରେ ଯୁବବର୍ଗଙ୍କୁ ନିଯୁକ୍ତି ଓ ରୋଜଗାର ଦେବା ଦିଗରେ କାମ କରୁଛନ୍ତି। ୨୦୩୬ରେ ଓଡ଼ିଶା ଗଠନର ଶତବାର୍ଷିକୀ ବେଳକୁ ବିକାଶର ଶୀର୍ଷରେ ପହଞ୍ଚାଇବାକୁ ଉଦ୍ୟମ କରିବୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.4 ° C
    21.4 °
    21.4 °
    93 %
    0.8kmh
    92 %
    Sun
    31 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ