Saturday, July 27, 2024
24.5 C
Odisha

    ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତେଲେଙ୍ଗାନରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ମୋଦୀ । ଭୁବନେଶ୍ୱର ବିମାନବନ୍ଦରରୁ ସିଧା ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ । ୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ର୍ରଧାନମନ୍ତ୍ରୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ସରକାରୀ କାର୍ଯ୍ୟକ୍ରମ ପରେ ୪ଟା ୧୫ରେ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦୀ । ଯେଉଁ ସଭାରେ ବିଜେପି ବିଧାୟକ, ସାଂସଦ ଓ ନେତା ଉପସ୍ଥିତ ରହିବେ । ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ଗସ୍ତ ଓ ସାଧାରଣ ସଭାକୁ ନେଇ ରାଜ୍ୟ ବିଜେପି ବେଶ ଉତ୍ସାହିତ ଅଛି । ସେପଟେ ମୋଦୀଙ୍କ ଗସ୍ତ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ଚଣ୍ଡୀଖୋଲ ଯାଏଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ