Monday, March 23, 2026
27.4 C
Odisha

    ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର/ଚଣ୍ଡିଖୋଲ: ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରତ୍ବ ଦେଉଛନ୍ତି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏହା କହିଛନ୍ତି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ସରକାର ଯେଉଁ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥାଏ, ଏହାକୁ ପୂର୍ଣ୍ଣ ରୂପ ଦେବା ପାଇଁ ମଧ୍ୟ କାମ କରିଥାଏ। ୨୦୧୪ ମସିହା ପୂର୍ବରୁ ଅଟକି ଥିବା ପ୍ରକଳ୍ପଗୁଡ଼ିକର କାମ ଅଧିକ ତ୍ବରାନ୍ବିତ ହୋଇଛି। ଆମ ସରକାର ପାରାଦୀପ ରିଫାଇନାରି ପ୍ରକଳ୍ପକୁ ପୂରା କରିଛି। ପୂର୍ବ ଭାରତର ପ୍ରାକୃତିକ ସମ୍ବଳକୁ ବ୍ୟବହାର କରି ବିକାଶ କରାଯାଇଛି। ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ସମାରେହରେ ସ୍ବର୍ଗତ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇବା ସହିତ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ‌ସେ କହିଥିଲେ ଯେ, ଓଡ଼ିଶାର ବିକାଶ ଓ ଦେଶର ବିକାଶରେ ବିଜୁବାବୁଙ୍କ ଯୋଗଦାନ ଅତୁଳନୀୟ ଥିଲା। ଆଜି ଦେଶରେ ଏଭଳି ସରକାର ଅଛି, ‌ଯାହାକି ବର୍ତ୍ତମାନର ଚିନ୍ତା କରୁଛି ଏବଂ ବିକଶିତ ଭାରତର ସଂକଳ୍ପ ନେଇ ଭବିଷ୍ୟତ ପାଇଁ କାମ କରୁଛି। ଉର୍ଜା ଗଙ୍ଗା ପ୍ରକଳ୍ପ ଅଧୀନରେ ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓଡ଼ିଶାରେ ବଡ଼ବଡ଼ପ୍ରକଳ୍ପ ଚାଲିଛି। ଆଜି ଲୋକାପିର୍ତ ହୋଇଥିବା ଗ୍ୟାସ ପାଇପଲାଇନ୍‌ ଦେଶପାଇଁ ସମପିର୍ତ ହେଇଛି। ପାରାଦୀପ ‌ରିଫାଇନାରି ରେ ନୂଆ ପ୍ଲାଣ୍ଟ ଲୋକାର୍ପଣ ହୋଇଛି।
    ସମାରୋହରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ, ୨୦୧୪ ପରଠାରୁ ଓଡ଼ିଶାରେ ୪୯ ଜଣଙ୍କୁ ପଦ୍ମପୁରସ୍କାରରେ ସମ୍ମାନିତ କରାଯାଇଛି। ୧୪ଟି ବିଶେଷ ଜିନିଷର ଜିଆଇ ଟ୍ୟାଗ୍‌ ମିଳିପାରିଛି। ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ, ଭାରତକୁ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଖୁସିର କଥା ଯେ, ମୋଦୀ ଆଜି ଓଡ଼ିଶା ପାଇଁ ଏକାଧିକ ପ୍ରକଳ୍ପ ଆରମ୍ଭ କରିଛନ୍ତି। ଓଡ଼ିଶା ଆଜି ପୂର୍ବ ଭାରତର ଏକ ମୁଖ୍ୟ ଉତ୍ପାଦନକାରୀ ରାଜ୍ୟ ହୋଇପାରିଛି। ଭିତ୍ତିଭୂମି କ୍ଷେତ୍ରରେ ଆଜି ଓଡ଼ିଶାରେ ରୂପାନ୍ତରୀକରଣ ହୋଇପାରିଛି। ସେହିଭଳି ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ଦେଶରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ ହୋଇପାରିଛି। ଓଡ଼ିଶାରେ ସାଢ଼େ ୪ କୋଟି ବିକାଶରେ ମୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହଯୋଗ କାମନା କରୁଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଓ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମଧ୍ୟ ଉପସ୍ଥିତ ଥିଲେ।

    ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀ ଆଜି ଓଡ଼ିଶାରେ ୧୯,୬୦୦ କୋଟି ପ୍ରକଳ୍ପର ଭେଟି ଦେଇଛନ୍ତି। ଏଥିରେ ପାରାଦୀପ ରିଫାଇନାରୀରେ ଭାରତୀୟ ତୈଳ ନିଗମ ଲିମିଟେଡ୍‌‌ ମୋନୋ ଏଥାଇଲନ୍‌‌ ଗ୍ଲାଇକଲ୍‌‌ ପ୍ରକଳ୍ପ, ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିମି ଦୈର୍ଘ୍ୟର ପାଇପଲାଇନ ଉଦଘାଟନ କରିଛନ୍ତି। ପାରାଦୀପରେ ଏଲପିଜି ଆମଦାନୀ ସୁବିଧାକୁ ମଧ୍ୟ ଲୋକାର୍ପଣ କରିଥିବା ବେଳେ ବିଭିନ୍ନ ଜାତୀୟ ରାଜଥର ସମ୍ପ୍ରସାରଣ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ସେହିପରି ୧୬୨ କିମି ବାଂଶପାଣି– ଦୈତାରୀ–ଟମକା– ଯଖପୁରା ରେଳ ଲାଇନ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। କଳିଙ୍ଗ ନଗରରେ କନକୋର କଣ୍ଟେନର ଡିପୋ ଉଦ୍‌‌ଘାଟନ, ନର୍ଲାଠାରେ ପ୍ରସ୍ତାବିତ ଇଲେକ୍ଟ୍ରିକ୍‌‌ ରେଳ ଇଂଜିନ ମରାମତି କାରଖାନା, କଣ୍ଟାବାଞ୍ଜିରେ ୱାଗନ୍‌‌ ମରାମତି କାରଖାନା ଏବଂ ବାଘୁଆପାଳରେ ରେଳ ଇଞ୍ଜିନ ଓ ୱାଗନ ରକ୍ଷଣାବେକ୍ଷଣ ସୁବିଧାଗୁଡ଼ିକର ନବୀକରଣ ଏବଂ କ୍ଷମତା ବୃଦ୍ଧି ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର (ନୂଆଦିଲ୍ଲୀ) ମଧ୍ୟରେ ନୂତନ ଟ୍ରେନ୍‌‌ କେନ୍ଦୁଝରଗଡ଼ ରେଳ ଷ୍ଟେସନରୁ ଶୁଭାରମ୍ଭ, କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟଦେଇ ହରିଦାସପୁର– ପାରାଦୀପ ରେଳ ମାର୍ଗରେ ଯାତ୍ରୀବାହୀ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.4 ° C
    27.4 °
    27.4 °
    27 %
    1.6kmh
    99 %
    Mon
    29 °
    Tue
    36 °
    Wed
    38 °
    Thu
    39 °
    Fri
    39 °

    ସମ୍ବନ୍ଧିତ