Sunday, September 13, 2026
27.6 C
Odisha

    ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ।
    ପିଏମ୍- ଉଷା ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବ। ‘ପିଏମ୍- ଉଷା’ ‘ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମକୁ ଗୁରୁତ୍ବ ଦିଆଯିବ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
    ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସମୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । କେନ୍ଦ୍ର ଓ ରାଜ୍ୟର ପାଣ୍ଠି ସହାୟତାରେ, ଗୁଣାତ୍ମକ ଶିକ୍ଷାଦାନ ଓ ଶିକ୍ଷଣ ପ୍ରକ୍ରିୟାର ବିକାଶ, ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକର ସ୍ୱୀକୃତି ଏବଂ ପ୍ରଯୁକ୍ତିବିଦ୍ୟା ଭିତ୍ତିକ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିବା ସହ ବହୁବିଭାଗୀୟ ପାଠ୍ୟକ୍ରମ ମାଧ୍ୟମରେ ନିଯୁକ୍ତି ବୃଦ୍ଧି କରିବା ଏହି ପଦକ୍ଷେପର ଲକ୍ଷ୍ୟ ରହିଛି । ଓଡ଼ିଶାର ପୁଞ୍ଜି ହେଲା ବୌଦ୍ଧିକ କ୍ଷମତା ଏବଂ ମାନବ ସମ୍ବଳ । ଓଡ଼ିଶା ଜନସଂଖ୍ୟାର ଏକ ଚତୁର୍ଥାଂଶ ହେଉଛନ୍ତି ଛାତ୍ରଶକ୍ତି । ବୌଦ୍ଧିକ ଶକ୍ତିର ଅଧିକାରୀ ହେବା ଓଡ଼ିଆ ପିଲାଙ୍କ ଡିଏନଏରେ ଅଛି । ଏକବିଂଶ ଶତାବ୍ଦୀ ଜ୍ଞାନ ଆଧାରିତ ଅର୍ଥନୀତିର ମହାନ ଅବସର ଦେଉଥିବା ବେଳେ ଏହି ସମୟରେ ଓଡ଼ିଶାର ଏହି ୧ କୋଟି ଛାତ୍ରଶକ୍ତିଙ୍କୁ ବୈଶ୍ୱିକ ଦକ୍ଷତା ସହ ଯୋଡିବା ପାଇଁ ହେବ । ରାଜ୍ୟରେ ଶିକ୍ଷା ଭିତ୍ତିଭୂମିକୁ ମଜଭୂତ୍ କରିବା ପାଇଁ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗୀ ହେବେ । ଏକବିଂଶ ଶତାବ୍ଦୀରେ ଓଡ଼ିଶା ଯେପରି ବୈଶ୍ୱିକ ସ୍ତରରେ ନେତୃତ୍ୱ ନେବ, ଏହା ଆମର ସଂକଳ୍ପ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    75 %
    2.2kmh
    66 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ