Wednesday, October 8, 2025
22.7 C
Odisha

    ପୋଲିସ-ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ୩ ମାଓବାଦୀ ନିହତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମାଲକାନଗିରି ସୀମାନ୍ତ ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲିସ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ତିନୋଟି ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି । ବାସାଗୁଡା ଥାନା ଅନ୍ତର୍ଗତ ବେଲମଗୁଟା ଜଙ୍ଗଲରେ ମାଓ ନେତା ବିନୋଦ, ରାଜୁ ଓ ବିଶ୍ବନାଥଙ୍କ ସହ ପ୍ରାୟ ୨୫ ଜଣ ମାଓବାଦୀ ଲୁଚି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ବିଶେଷ ସୂତ୍ରରୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ଜଙ୍ଗଲରେ କିଛି ସମୟ ଧରି ନକ୍ସଲ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.7 ° C
    22.7 °
    22.7 °
    93 %
    1.1kmh
    24 %
    Wed
    29 °
    Thu
    29 °
    Fri
    29 °
    Sat
    28 °
    Sun
    27 °

    ସମ୍ବନ୍ଧିତ