Wednesday, February 5, 2025
34.5 C
Odisha

    ପରିକ୍ରମା ପ୍ରକଳ୍ପ ଉତ୍ସବକୁ ନେଇ ତେଜିଲା ରାଜନୀତି । ଲୋକାର୍ପଣ ଉତ୍ସବକୁ ବୟକଟ କଲେ ବିରୋଧୀ

    ଆଗକୁ ପଢନ୍ତୁ

    ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପକୁ ନେଇ ପୁରା ଅଞ୍ଚଳ ଉତ୍ସବ ମୁଖର ଥିବାବେଳେ ଏହାକୁ ନେଇ ରାଜନୀତି ଜୋର ଧରିଛି । ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୂର୍ବରୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବେ ନାହିଁ ବୋଲି କହିଛନ୍ତି ବିରୋଧୀ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦଳୀୟ କାର୍ଯ୍ୟକ୍ରମ ବୋଲି କହିଛି ବିଜେପି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଜଗନ୍ନାଥ କେଉଁ ଦଳର ନୁହନ୍ତି । ସାଲବେଗଙ୍କୁ ଭେଟିବାକୁ ଜଗନ୍ନାଥ ୯ ଦିନ ବାହାରକୁ ବାହାରିଥିଲେ । ଏବେ ଆମେ ସାମିଲ ହେବା ଠିକ୍ କି ନୁହେଁ ଆପଣ ବିଚାର କରନ୍ତୁ ବୋଲି କହିଛନ୍ତି ମନମୋହନ ସାମଲ । ସେପଟେ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ କହିଛନ୍ତି, ପରିକ୍ରମା ପ୍ରକଳ୍ପ ପାଇଁ ଗୁଆ ନିମନ୍ତ୍ରଣ ମଗା ଯାଉଛି । ଶ୍ରୀମନ୍ଦିର ଆଗରେ ଶୌଚାଳୟ ଉଦଘାଟନ ପାଇଁ ଗୁଆ ଅରୁଆ ଚାଉଳର ଆବଶ୍ୟକତା କ’ଣ ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି । ଏହା ସହ ସେ କହିଛନ୍ତି, ଏହି ଠାକୁର ଲୋକଙ୍କୁ ଖାଇବାକୁ ଦିଏ, ଚାଉଳ ମାଗେନି । ଲୋକଙ୍କ ଚାଉଳରେ ବିଜେଡି କର୍ମୀ ଭୋଜି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.5 ° C
    34.5 °
    34.5 °
    18 %
    3.6kmh
    89 %
    Wed
    33 °
    Thu
    35 °
    Fri
    34 °
    Sat
    33 °
    Sun
    34 °

    ସମ୍ବନ୍ଧିତ