Thursday, September 19, 2024
25.2 C
Odisha

    ମମତାଙ୍କୁ ଝଟକା ଦେଲେ ଓଡିଶା ସରକାର: ଉତ୍ତରପ୍ରଦେଶରୁ ଆସିଲା ଆଳୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର କହିଲେ ଯେ ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ ପ୍ରତିବାଦରେ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    91 %
    1.1kmh
    100 %
    Thu
    25 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ