Sunday, September 20, 2026
24.1 C
Odisha

    ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମେଳନ: ବିକଶିତ ଭାରତ ପାଇଁ ପ୍ରବାସୀ ଭାରତୀୟଙ୍କ ରହିଛି ଅନେକ ଅବଦାନ : ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର ଜନତା ମଇଦାନରେ ଆଜିଠୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ଦିବସ। ଶୁଭାରମ୍ଭ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ। ଆଜି ନିଜ ଅଭିଭାଷଣରେ କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଥିଲେ, ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ। କୋଭିଡ ସମୟରେ ଭାରତ ନିଜସ୍ୱ ଟିକା ତିଆରି କରିଥିଲା। ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା। ବହୁତ ଯୁଗାନ୍ତକାରୀ ଯୋଜନା ଲୋକଙ୍କ ଜୀବନଧାରଣ ମାନକୁ ବଦଳାଇଛି। ସ୍ୱଚ୍ଛ ଭାରତ, ଆବାସ, ବେଟି ବଚାଅ ବେଟି ପଢ଼ାଅ ଏହାର ଉଦାହରଣ ବୋଲି କହିଛନ୍ତି ଜୟଶଙ୍କର।ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚରାଲ ଆମ୍ବାସଡର। ବିକଶିତ ଭାରତରେ ପ୍ରବାସୀ ଭାରତୀୟଙ୍କ ଅନେକ ଅବଦାନ ରହିଛି। ପ୍ରବାସୀ ଭାରତୀୟ ଦିବସର ପ୍ରଥମ ଦିନରେ ନିଜ ସମ୍ବୋଧନରେ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.1 ° C
    24.1 °
    24.1 °
    96 %
    1.7kmh
    93 %
    Sat
    24 °
    Sun
    30 °
    Mon
    29 °
    Tue
    30 °
    Wed
    27 °

    ସମ୍ବନ୍ଧିତ