Sunday, September 13, 2026
23.5 C
Odisha

    ଇଡିରେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି; ଚାଲିଛି ଜେରା

    ଆଗକୁ ପଢନ୍ତୁ

    ଇଡିରେ ଆଜି ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରୟାସକାନ୍ତିଙ୍କୁ ଇଡି ଜେରା କରୁଥିବା ସୂଚନା ରହିଛି। କିଛି ଦିନ ତଳେ ପ୍ରଫୁଲ୍ଲ ସାମଲ ଇଡିରେ ହାଜର ହୋଇଥିଲେ। ପ୍ରଫୁଲ୍ଲଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା ଇଡି। ପରେ ତାଙ୍କୁ ଛାଡି ଦେଇଥିଲା। ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବ୍ରୁଆରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ୱାସ୍ଥ୍ୟଗତ ସମସ୍ୟା ଜଣାଇ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ। ପରବର୍ତ୍ତୀ ସମୟରେ ପୁଣି ଇଡି ପ୍ରଫୁଲ୍ଲଙ୍କୁ ହାଜର ହେବାକୁ ନୋଟିସ କରିଥିଲା। ଫ୍ରେବୃଆରୀ ୨୮ ତାରିଖରେ ପ୍ରଫୁଲ୍ଲ ଇଡିରେ ହାଜର ହୋଇଥିଲେ। ହେଲେ ତାଙ୍କ ପୁଅ ପ୍ରୟାସକାନ୍ତି ଇଡିରେ ହାଜର ହୋଇନଥିଲେ। ଆଜି ପ୍ରୟାସକାନ୍ତି ଇଡିରେ ହାଜର ହୋଇଛନ୍ତି। ଏହାପୂର୍ବରୁ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ ଜଣିଆ ଟିମ୍ ଚଢ଼ାଉ କରିଥିଲା। ସେହିପରି ବିଜେଡି ବିଧାୟକଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଇଡି ଚଢ଼ାଉ କରିଥିଲା। ଭଦ୍ରକ ସହରର ୬ଟି ସ୍ଥାନରେ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଇଡି ରେଡ୍‌ କରିଥିଲା। ସେଥି ମଧ୍ୟରେ ଭୁବନେଶ୍ୱରର ପଳାସପଲ୍ଲୀରେ ଥିବା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରେ ବି ରେଡ ହୋଇଥିଲା।

    ଚଢ଼ାଉ ବେଳେ ଇଡି ଟିମ୍ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱରର ପଳାଶପଲ୍ଲୀ ଘରୁ ୧୦ ଲକ୍ଷ ଟଙ୍କା ସହ ଏକ ଫର୍ଚ୍ୟୁନର କାର୍‌ ଜବତ କରିଥିଲା। ଉକ୍ତ ଗାଡ଼ିଟି ପ୍ରୟାସକାନ୍ତି ଚଲାଉଥିବା ବେଳେ ତାହା ତୃଷ୍ଣା ସ୍କାଏ ସ୍କ୍ରାପର ଲିମିଟେଡ ନାମକ ବିଲଡର ସଂସ୍ଥା ନାଁରେ ଥିବା ସୂଚନା ମିଳିଥିଲା। ବରପଦା ଇଞ୍ଜିନିୟରିଂ କଲେଜ ନାଁରେ ଏକ ସୋସାଇଟି ହୋଇଥିବା ବେଳେ ସେଥିରେ ହୋଇଥିବା ଦୁର୍ନୀତିରେ ପ୍ରୟାସକାନ୍ତି ସାମିଲ ଥିବା ଅଭିଯୋଗ ହୋଇଥିଲା। କଲେଜ କର୍ମଚାରୀମାନେ ଦରମା ପାଉ ନ ଥିବା ବେଳେ ଉକ୍ତ ଟଙ୍କାରେ ପ୍ରୟାସକାନ୍ତି ଦାମୀ ଗାଡ଼ି ଚଢ଼ୁଥିବା କର୍ମଚାରୀମାନେ ଅଭିଯୋଗ କରିଥିଲେ। ଏହାପରେ ଇଡି ଏହି ଘଟଣାର ଖୋଳତାଡ଼ ଆରମ୍ଭ କରିଥିଲା। ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ମାମଲାରେ ତୃଷ୍ଣା ସ୍କାଏ ସ୍କ୍ରାପର ନାଁ ଉଠୁଥିବାରୁ ଇଡି ଟିମ୍‌ ଉକ୍ତ ବିଲଡର ସଂସ୍ଥାର ନିର୍ଦ୍ଦେଶକ ଦେବବ୍ରତ ଧୀରଙ୍କ ଘରେ ବି ରେଡ କରିଥିଲା। ରେଡ ବେଳେ ସେଠାରୁ କିଛି ଜମି କିଣାବିକା କାଗଜପତ୍ର ଜବତ ହୋଇଥିଲା। ଉକ୍ତ କାଗଜପତ୍ର ଅନୁଯାୟୀ ବରପଦା ଇଞ୍ଜିନିୟରିଂ କଲେଜ ନାଁରେ ଭୁବନେଶ୍ୱରର କଣ୍ଟାବାଡ଼ ଅଞ୍ଚଳରେ ୩୨ ଏକର ଜାଗା କିଣା ଯାଇଥିବା ବେଳେ ପରବର୍ତ୍ତୀ ସମୟରେ ତାହାକୁ ଉକ୍ତ ବିଲଡର ସଂସ୍ଥା ହାତକୁ ଟେକି ଦିଆଯାଇଛି। ତେବେ ଏହି ହସ୍ତାନ୍ତର ପ୍ରକ୍ରିୟା ଆଇନଗତ ଭାବେ ହୋଇଛି ନା ନାହିଁ ତାହାର ତଦନ୍ତ କରୁଛି ଇଡି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.5 ° C
    23.5 °
    23.5 °
    97 %
    1.4kmh
    100 %
    Sat
    24 °
    Sun
    30 °
    Mon
    30 °
    Tue
    31 °
    Wed
    31 °

    ସମ୍ବନ୍ଧିତ