Sunday, June 22, 2025
32.5 C
Odisha

    ଓଡ଼ିଶାବାସୀଙ୍କ ସମର୍ଥନରେ ବିଜେଡିର ବୃହତ ବିଜୟୀ ହେବ: ପ୍ରଣବ ପ୍ରକାଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ରାଜ୍ୟରେ ଏକାକୀ ନିର୍ବାଚନ ଲଢ଼ିବ ବିଜେଡି। ଦଳ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ଏକାକୀ ଲଢ଼ିବ। ଏନେଇ ସୋସିଆଲ ମଡିଆ ଏକ୍ସରେ ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ନିର୍ବାଚନରେ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ବିଜେଡି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ ବୋଲି ପ୍ରଣବ ଦୃଢୋକ୍ତି ପ୍ରକାଶ କରିଛନ୍ତି। ପ୍ରଣବ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି । ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ବିଜେଡିର ଲକ୍ଷ୍ୟ ହେବ । ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଏହାକୁ ହାସଲ କରିବା ଦିଗରେ ଦଳ ଆଗେଇ ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32.5 ° C
    32.5 °
    32.5 °
    52 %
    3.4kmh
    97 %
    Sun
    34 °
    Mon
    32 °
    Tue
    32 °
    Wed
    29 °
    Thu
    32 °

    ସମ୍ବନ୍ଧିତ