Sunday, April 5, 2026
25.5 C
Odisha

    ବିଜେଡି ପ୍ରାର୍ଥୀ ହେବାକୁ ୧୦ ହଜାରରୁ ଅଧିକ ଆବେଦନ ଆସିଛି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜୁ ଜନତା ଦଳ ଓଡ଼ିଶାର ଏକ ନମ୍ବର ଦଳ। ତାହା ଓଡ଼ିଶାବାସୀ ବିଗତ ଦୁଇ ଦଶନ୍ଦି ଧରି ପ୍ରମାଣିତ କରି ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କର ୨୦୦୦ ମସିହାରେ ଯେଉଁ ଆସ୍ଥା ଓ ବିଶ୍ୱାସ ଥିଲା ତାହା ଏବେ ଆହୁରି ବଢି ଚାଲିଛି। ଆଉ ମୁଖ୍ୟମନ୍ତ୍ରୀ ମଧ୍ୟ ଓଡ଼ିଶାବାସୀଙ୍କ ପାଇଁ କାମ କରିଚାଲିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ପ୍ରତି ରାଜ୍ୟବାସୀଙ୍କର ଥିବା ଭଲପାଇବା ପାଇଁ ୨୦୨୪ରେ ବିଜେଡି ଐତିହାସିକ ବିଜୟ ହାସଲ କରିବ। ଏନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି ‘ ବିଗତ କିଛି ବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୈାରବ ପ୍ରଦାନ କରିଛି । ସେହିଭଳି ୨୦୨୨ ପଂଚାୟତ ନିର୍ବାଚନରେ ୫୨ ପ୍ରତିଶତରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ ରୁ ୩୦ ଜିଲ୍ଲା ପରିଷଦରେ ଜିତାଇ, ବିଜୁ ଜନତା ଦଳ ଯେ ଓଡ଼ିଶାର ୧ ନମ୍ବର ରାଜନୈତିକ ଦଳ, ଓଡ଼ିଶାବାସୀ ତାହା ପ୍ରମାଣିତ କରିଛନ୍ତି । ଏହି ଦୁଇଟି ନିରାଟ ସତ୍ୟ, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ବିଜୁ ଜନତା ଦଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ପ୍ରତିପାଦିତ କରୁଛି । ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ ଦଳ ପାଖରେ ପ୍ରାପ୍ତ ହୋଇଛି। ଅତ୍ୟନ୍ତ ଖୁସିର କଥା ଯେ, ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି ।’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    65 %
    3.2kmh
    72 %
    Sun
    25 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ