Wednesday, October 14, 2026
22.1 C
Odisha

    ‘ଦେଶକୁ ଏକ ନୂଆ ଉଚ୍ଚତାକୁ ନେବାକୁ ଆମ ହାତରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି’

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୭୫ତମ ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଦେଶବାସୀଙ୍କୁ ଗଣତନ୍ତ୍ର ଦିବସ ପାଇଁ ଅଭିନନନ୍ଦନ ଜଣାଇ ସେ କହିଛନ୍ତି ଯେ, ଏହା ଏକ ଯୁଗାନ୍ତକାରୀ ପରିବର୍ତ୍ତନର ସମୟ । ଦେଶ ଅମୃତ କାଳର ପ୍ରାରମ୍ଭିକ ସମୟରେ ଅଛି । ଦେଶକୁ ଏକ ନୂଆ ଉଚ୍ଚତାକୁ ନେବାକୁ ଆମ ହାତରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଗଣତନ୍ତ୍ର ଦିବସ ଆମର ମୌଳିକ ମୂଲ୍ୟବୋଧ ଏବଂ ନୀତିକୁ ମନେ ପକାଇବାର ଏକ ଗୁରୁତ୍ୱପୂର୍ଣ୍ଣ ଅବସର । ବିକଶିତ ଭାରତ ସମସ୍ତଙ୍କ ଦାୟିତ୍ୱ। ଆତ୍ମ ବିଶ୍ୱାସ ସହ ଆଗକୁ ବଢୁଛି ଭାରତ। ଦୃଢ ଅର୍ଥନୀତି ଏହି ବିଶ୍ୱାସକୁ ଦୃଢ କରିଛି। ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ପ୍ରତିଷ୍ଠା ହୋଇଛି। ଉଚିତ ନ୍ୟାୟିକ ପ୍ରକ୍ରିୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ନ୍ୟାୟିକ ପ୍ରକ୍ରିୟା ଉପରେ ଦେଶବାସୀଙ୍କ ଅଗାଧ ବିଶ୍ୱାସ ପ୍ରମାଣିତ ହେଲା ବୋଲି ରାଷ୍ଟ୍ରପତି କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.1 ° C
    22.1 °
    22.1 °
    91 %
    0.7kmh
    70 %
    Wed
    29 °
    Thu
    30 °
    Fri
    31 °
    Sat
    31 °
    Sun
    31 °

    ସମ୍ବନ୍ଧିତ