Friday, January 30, 2026
16.7 C
Odisha

    କାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ: ଜନତା ମଇଦାନରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ଜନତା ମଇଦାନରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ ୪ ସେଡସରେ ବସିବେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭି ଭି ଆଇପିଙ୍କ ଠୁଁ ଆରମ୍ଭ କରି ନେତା, ମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଣମାଧ୍ୟମ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ। ସମସ୍ତଙ୍କୁ ପାଇଁ ସ୍ଥାନ ନିର୍ଦ୍ଧାରିତ ହୋଇଛି।
    ସଭାସ୍ଥଳରେ ଆବଶ୍ୟକୀୟ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯାଇଛି। ଖାଦ୍ୟ, ପାନୀୟ, ଶୌଚାଳୟ ଆଦିର ବ୍ୟବସ୍ଥା ହୋଇଛି। ୪ଟି ସେଡସ ଭିତରୁ ପ୍ରତି ସେଡରେ ୧୦ରୁ ଉର୍ଦ୍ଧ୍ବ ଏଲଇଡି ଲଗାଯାଇଛି। ଜନତା ମଇଦାନର ୭ ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିବ। ସେଥିପାଇଁ ଅସ୍ଥାୟୀ ରାସ୍ତା ପ୍ରସ୍ତୁତ ହୋଇଛି। ସାଧାରଣ ଦର୍ଶକ ବା ହିତାଧିକାରୀ ପ୍ରବେଶ ପାଇଁ ଗାନ୍ଧୀ ପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    16.7 ° C
    16.7 °
    16.7 °
    79 %
    1.8kmh
    83 %
    Fri
    31 °
    Sat
    32 °
    Sun
    32 °
    Mon
    33 °
    Tue
    32 °

    ସମ୍ବନ୍ଧିତ