Thursday, March 19, 2026
20.8 C
Odisha

    ୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୂଚନା ଦେଲେ ପୁଲିସ କମିସନର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେ ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ସେହି ଦିନ ସନ୍ଧ୍ୟାରେ ଜୟଦେବ ଭବନରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି। ରଥଯାତ୍ରାରେ ଯୋଗଦେବା ସହ ପୁରୀ ରାଜଭବନରେ ରାତ୍ରିଯାପନ କରିବେ ସେ।

    ଏଣେ ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ବୁଲିବା ସହ ଅନ୍ଧାରୁଆରେ ବ୍ରହ୍ମକୁମାରୀ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ତେଣେ ୯ ତାରିଖରେ ଜଟଣୀ ନାଇଜରରେ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବ୍ଲୁ ବୁକ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଉଥିବା ନେଇ ପୋଲିସ କମିସନର ସୂଚନା ଦେଇଛନ୍ତି। ରୁଟ ଲାଇନ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି ବ‌ୋଲି କହିଛନ୍ତି ପୁଲିସ କମିସନର।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    69 %
    1.5kmh
    100 %
    Thu
    32 °
    Fri
    34 °
    Sat
    34 °
    Sun
    35 °
    Mon
    36 °

    ସମ୍ବନ୍ଧିତ