Sunday, October 4, 2026
30.6 C
Odisha

    ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

    ଆଗକୁ ପଢନ୍ତୁ

    ଆସନ୍ତା ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁଥିବା ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ଦେଓରଂଜନ କୁମାର ସିଂ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସଂପୃକ୍ତ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ, ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ ପରିପ୍ରେକ୍ଷୀରେ ବିସ୍ତୃତ ସୂଚନା ଉପସ୍ଥାପନ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ