Sunday, September 13, 2026
27.6 C
Odisha

    ଡିସେମ୍ବର ୩ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ୬ରେ ପହଞ୍ଚିବେ ମୟୂରଭଞ୍ଜ

    ଆଗକୁ ପଢନ୍ତୁ

    ରାଇରଙ୍ଗପୁର/କଳାବାଡ଼ିଆ: ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି। କାର୍ଯ୍ୟକ୍ରମ ସୂଚନା ଅନୁସାରେ, ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ୩ ଦିନ ଧରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ତା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ୍‌ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରି ସଡ଼କ ପଥରେ ନିଜ ଜନ୍ମମାଟି ଉପରବେଡ଼ା ଗାଁକୁ ଯିବେ।
    ନିଜେ ପାଠ ପଢ଼ିଥିବା ଉପରବେଡ଼ା ସରକାରୀ ଉଚ୍ଚବିଦ୍ୟାଳୟକୁ ଯାଇ ସେ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବେ। ସେଠାରୁ ନିଜ ବାସଭବନକୁ ଯିବେ। ରାଇରଙ୍ଗପୁରସ୍ଥ ବାସଭବନରେ ମଧାହ୍ନଭୋଜନ କରିବା ପରେ ଉପଖଣ୍ତ ଚିକିତ୍ସାଳୟରେ ଏସ୍‌ଏଲ୍‌ଏସ୍‌ ଟ୍ରଷ୍ଟ ପକ୍ଷରୁ ପ୍ରଦତ୍ତ ଏକ ଯାନକୁ ଲୋକାର୍ପିତ କରିବେ। ଏଥିସହିତ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପକଙ୍କ ସହିତ ଆଲୋଚନା କରିବା ପରେ ପୁଣେଶ୍ବର ମହାଦେବଙ୍କ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। ସେଦିନ ରାଇରଙ୍ଗପୁରସ୍ଥ ବାସଭବନରେ ରାତ୍ରୀ ଯାପନ କରିବେ। ପରଦିନ ଅର୍ଥାତ୍‌ ୭ ତାରିଖ ସକାଳେ କେତେକ ଲୋକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଦାଣ୍ତବୋଷ ଏୟାରଷ୍ଟ୍ରିପ୍‌ରୁ ବିମାନ ଯୋଗେ ବାଙ୍ଗିରିପୋଷି ଯାଇ ବହୁ ପ୍ରତୀକ୍ଷିତ ୩ଟି ନୂତନ ରେଳପଥ ଯଥା: ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା–ଚାକୁଳିଆ ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳପଥର ଶିଳାନ୍ୟାସ କରିବେ। ଏହାସହିତ ଆଭାସୀ ଜରିଆରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ତବୋଷ ଏୟାରଷ୍ଟ୍ରିପ୍ ଓ ଉପଖଣ୍ତ ଚିକିତ୍ସାଳୟର ପୁନରୁଦ୍ଧାର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସଭା ସମାପ୍ତ ପରେ କଲେଇକୁଣ୍ତା ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    75 %
    2.2kmh
    66 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ