Wednesday, March 18, 2026
19.7 C
Odisha

    ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ବ୍ୟାପକ ପ୍ରସ୍ତୁତି: ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ ରହିବେ

    ଆଗକୁ ପଢନ୍ତୁ

    ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ ଅତରିକ୍ତ ଏସପି,୨୨ଜଣ ଡିଏସପି,୨୯୦ ରୁ ଉର୍ଦ୍ଧ୍ବ ସବ ଇନସପେକ୍ଟର, ସମୁଦାୟ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ ହେବେ। ୧୧୨ ହେଉଛି ପୁଲିସ ହେଲପ୍ ଲାଇନ୍ ନମ୍ବର।ସେ ଆହୁରି କହିଛନ୍ତି, ଶ୍ରୀମନ୍ଦିର ଭିତର ବେଢା଼ରେ ସ୍ୱତନ୍ତ୍ର ବ୍ୟବସ୍ଥା ସହ  ଵାହାର ବେଢା଼ରେ ସହ  ଚତୁର୍ପାର୍ଶ୍ୱରେ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଟ୍ରାଫିକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ସହ ଭିଆଇପି ଓ ଭିଭିଆଇପିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା। ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ମରଚିକଟ ଛକରୁ ହୋଇଥିବା ବ୍ୟାରିକେଡରେ ପ୍ରବେଶ କରି ସିଂହଦ୍ଵାର ଦେଇ ସ୍ନାନବେଦୀରେ ଦର୍ଶନ କରିବେ। ପହଣ୍ଡି ସମୟରେ ଟିକେଟ୍ ଧାରୀମାନେ ଦକ୍ଷିଣ ଦ୍ବାରରେ ପ୍ରବେଶ କରିବେ। ମାର୍କେଟ ଛକରୁ ନୋ ଭେଇକିଲ୍ ଜୋନ୍। କେବଳ ପାସ୍ ଧାରୀ ମାନେ ମରଚିକୋଟ ଚକ ପର୍ଯ୍ୟନ୍ତ ଯାଇପାରିବେ। ପାର୍କିଂ ପାଇଁ ମଧ୍ୟ ବ୍ୟାପକ ବ୍ୟବସ୍ଥା ହୋଇଛି। ଭୁବନେଶ୍ୱରରୁ ଆସୁଥିବା ଯାନ ହରେକୃଷ୍ଣପୁର ଦେଇ ଶ୍ରୀସେତୁ ଦେଇ ଜେବିପିସିରେ ପାର୍କିଂ କରିବେ। ଶ୍ରୀମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ହୋଇଛି। ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ଭକ୍ତମାନେ ପ୍ରବେଶ କରିବେ ଓ ବାକି ତିନିଦ୍ୱାର ଦେଇ ପ୍ରସ୍ଥାନ କରିବେ। ଛିନତାଇ, ଅପରାଧୀଙ୍କୁ ରୋକିବା ପାଇଁ ପୁଲିସ ମୁତୟନ ହେବେ। ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପହଣ୍ଡି ସମୟରେ ଠାକୁରଙ୍କୁ ସ୍ପର୍ଶ ମନା। ବେଳାଭୂମିରେ ଲାଇଫଗାର୍ଡଙ୍କୁ ଦାୟିତ୍ୱ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    80 %
    2.9kmh
    100 %
    Wed
    22 °
    Thu
    31 °
    Fri
    34 °
    Sat
    34 °
    Sun
    35 °

    ସମ୍ବନ୍ଧିତ