Monday, November 9, 2026
17.4 C
Odisha

    ଆସନ୍ତା ୧୫ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେ ଆସନ୍ତା ୧୫ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲାରେ ଆୟୋଜିତ ‘ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ଯୋଗ ଦେବେ। ତାଙ୍କର ସୂଚନା ଅନୁଯାୟୀ, ନଭେମ୍ବର ୧୫ ତାରିଖରେ ପଡ଼ୁଛି ସହିଦ ବୀରସା ମୁଣ୍ଡାଙ୍କ ଜନ୍ମତିଥି। ଏହି ଦିନ ଜନଜାତି ଗୌରବ ଦିବସ ପାଳିତ ହେବ। ଏହି ଏକ ବର୍ଷବ୍ୟାପୀ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ। ଏହା ୧୫ରୁ ଆରମ୍ଭ ହୋଇ ଏକ ବର୍ଷ ଯାଏ ଚାଲିବ।

    ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶେଷଥର ଲାଗି ଗତ ସେପ୍ଟେମ୍ବର ମାସ ୧୭ ତାରିଖରେ ଓଡ଼ିଶାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବାକୁ ଭୁବନେଶ୍ବର ଆସିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.4 ° C
    17.4 °
    17.4 °
    78 %
    1.2kmh
    0 %
    Mon
    26 °
    Tue
    26 °
    Wed
    26 °
    Thu
    26 °
    Fri
    26 °

    ସମ୍ବନ୍ଧିତ