Thursday, September 10, 2026
26.1 C
Odisha

    ୨୯ରେ ପୁଣି ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୨୯ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲସିଂ ତୋମର୍ ସୂଚନା ଦେଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡ଼ା ଓ  ବାଲେଶ୍ବରରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ଉଭୟ ସ୍ଥାନରେ ଆୟୋଜିତ ହେବାକୁ ଥିବା ବିଶାଳ ଜନସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେବେ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶାରେ ଶେଷ ପ୍ରଚାର ବୋଲି କୁହାଯାଉଛି। ଏଣେ ଆସନ୍ତା ୨୫ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସେ ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ଆୟୋଜିତ ହେବାକୁ ଥିବା ବିଶାଳ ଜନସଭାରେ ଉଦବୋଧନ ଦେବା ସହ ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    26.1 ° C
    26.1 °
    26.1 °
    89 %
    1.4kmh
    100 %
    Thu
    27 °
    Fri
    28 °
    Sat
    29 °
    Sun
    28 °
    Mon
    30 °

    ସମ୍ବନ୍ଧିତ