Monday, March 23, 2026
20.4 C
Odisha

    ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ମୁଖ୍ୟ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ।ସୂଚନାଯୋଗ୍ୟ, ରାଜ୍ୟରେ କ୍ଷମତାସୀନ ବିଜେପି ସରକାରଙ୍କ ବହୁ ଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଏସ୍ଓପି ଜାରି ହୋଇଛି। ରାଜ୍ୟ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏ ସଂପର୍କରେ ଘୋଷଣା କରିଛନ୍ତି। ୨୧-୬୦ବର୍ଷର ମହିଳାଙ୍କୁ ବାର୍ଷିକ ୨ଟି କିସ୍ତିରେ ୧୦ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଆସନ୍ତା ୫ବର୍ଷରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ। ନିଜ ଇଚ୍ଛାରେ ସେ ଏହି ଟଙ୍କା ଖର୍ଚ୍ଚ କରିପାରିବେ। ରାଜ୍ୟ କ୍ୟାବିନେଟ ବୈଠକର ନିଷ୍ପତ୍ତି ଅନୁଯାୟୀ ଏହି ଯୋଜନା ୨୦୨୪-୨୫ରୁ ଆରମ୍ଭ ହୋଇ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଏଥିପାଇଁ ୫୫,୮୨୫ କୋଟି ଟଙ୍କା ଖର୍ଚ୍ଚ ହେବ। କୋଟିରୁ ଅଧିକ ମହିଳା ଏଥିରେ ଉପକୃତ ହେବେ। ସମସ୍ତ ହିତାଧିକାରୀଙ୍କୁ ରାଖି ପୂର୍ଣ୍ଣିମା ଓ ଅନ୍ତର୍ଜାତୀୟ ମହିଳା ଦିବସ(୮ ମାର୍ଚ୍ଚ)ରେ ୫ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ସହାୟତା ପ୍ରଦାନରେ ସ୍ବଚ୍ଛତାକୁ ନିଶ୍ଚିତ କରିବା ପାଇଁ ଆଧାର ପେମେଣ୍ଟ ବ୍ରିଜ୍ ସିଷ୍ଟମ୍(ଏପିବିଏସ୍) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ। ଏହାସହ ହିତାଧିକାରୀଙ୍କୁ ଏକ ‘ସୁଭଦ୍ରା’ ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.4 ° C
    20.4 °
    20.4 °
    39 %
    1.4kmh
    0 %
    Mon
    33 °
    Tue
    36 °
    Wed
    38 °
    Thu
    39 °
    Fri
    39 °

    ସମ୍ବନ୍ଧିତ