Friday, March 6, 2026
35.1 C
Odisha

    ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି କେ ମିଶ୍ରଙ୍କୁ ସମ୍ମାନସୂଚକ ଡି ଲିଟ୍‌ ଉପାଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍‌ ଉପାଧିରେ ସମ୍ମାନିତ କରାଯାଇଛି । ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ମିଶ୍ରଙ୍କୁ ଡି. ଲିଟ୍‌ ଉପାଧିରେ ସମ୍ମାନିତ କରିଥିଲେ। ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।
    ୧୯୭୨ ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ଡକ୍ଟର ମିଶ୍ରଙ୍କର ଦୀର୍ଘ ୫୦ ବର୍ଷରୁ ଅଧିକ ସମୟର ପ୍ରଶାସନିକ ଅଭିଜ୍ଞତା ରହିଛି। ସେ ଗୁଜରାଟ ସରକାର ଏବଂ ଭାରତ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ନିଷ୍ଠା ଓ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ଡକ୍ଟର ମିଶ୍ରଙ୍କର ପ୍ରଶାସନିକ ସେବା ବ୍ୟତୀତ ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ବିଶେଷ ଖ୍ୟାତି ରହିଛି। ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ଡକ୍ଟର ପି.କେ ମିଶ୍ର ଶୁକ୍ରବାର କିଟ୍‌ ଓ କିସ୍‌ ଗସ୍ତ କରି ଛାତ୍ରଛାତ୍ରୀଙ୍କୁ ସାମ୍ବୋଧିତ କରିବେ। ସେ ଭୁବନେଶ୍ୱରସ୍ଥିତ ସିଏସଆଇଆର-ଆଇଆଇଏମଟି ପରୀକ୍ଷାଗାର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପୁରୀ ଗସ୍ତ କରି ଶ୍ରୀମନ୍ଦିର ବିକାଶ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.1 ° C
    35.1 °
    35.1 °
    12 %
    3.5kmh
    0 %
    Fri
    36 °
    Sat
    37 °
    Sun
    37 °
    Mon
    38 °
    Tue
    39 °

    ସମ୍ବନ୍ଧିତ