Wednesday, October 23, 2024
21.7 C
Odisha

    ୧୩ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା: ବଢ଼ିବ ବର୍ଷା ପରିମାଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ଲୁଚକାଳି ଖେଳୁଛି । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୩ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବାବେଳେ ନବରଙ୍ଗପୁରରେ ସର୍ବାଧିକ ୬୦ ମିଲିମିଟର ବର୍ଷା ହେଇଛି ।

    ରାଜ୍ୟରେ ଏବେ ସୁଦ୍ଧା ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ପାଣିପାଗ ବିଭାଗ ଆକଳନ ଅନୁସାରେ ବର୍ତ୍ତମାନ ସୁଦ୍ଧା ୩୦୪ ଦଶମିକ ୨ ମିଲିମିଟର ବର୍ଷା ହେବା କଥା କିନ୍ତୁ ୨୧୯ ଦଶମିକ ୯ ମିଲିମିଟର ବର୍ଷା ହୋଇଛି । ୧୬ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୩ଟି ଜିଲ୍ଲାରେ ସ୍ଵାଭାବିକ ବର୍ଷା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ