Sunday, February 1, 2026
29 C
Odisha

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା, ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ। ପରିକ୍ରମା ପ୍ରକଳ୍ପ ମୁଖ୍ୟତଃ ଶ୍ରୀମନ୍ଦିରର ନିରାପତ୍ତା, ଭକ୍ତ ଓ ତୀର୍ଥଯାତ୍ରୀଙ୍କୁ ମୌଳିକ ସୁବିଧା ପ୍ରଦାନ କରିବା ଉଦେଶ୍ୟରେ କରାଯାଇଛି। ଏଥିସହ ମେଘନାଦ ପ୍ରାଚୀର କଡ଼େ କଡ଼େ ବାହ୍ୟ ପରିକ୍ରମାର ଦିବ୍ୟ ଅନୁଭବ ପ୍ରଦାନ କରିବା ପାଇଁ ମଧ୍ୟ ଶ୍ରୀମନ୍ଦିର ଚୌହଦୀର ୭୫ ମିଟର ପରିଧିକୁ ନୂଆ ରୂପ ଦିଆଯାଇଛି। ଯାହା ଫଳରେ ଭକ୍ତଟିଏ ଶ୍ରୀମନ୍ଦିର ପରିକ୍ରମା କରିପାରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    34 %
    2.1kmh
    95 %
    Sun
    30 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ