Monday, April 13, 2026
40.8 C
Odisha

    ୧୭ରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

    ଆଗକୁ ପଢନ୍ତୁ

    ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଖେଇ ଆସୁଥିବା ବେଳେ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଐତିହାସିକ କାର୍ଯ୍ୟକ୍ରମରେ ସାମିଲ୍ ହେବା ପାଇଁ ସାରା ଭାରତ ବର୍ଷରୁ ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଧର୍ମଗୁରୁଙ୍କୁ ନିମନ୍ତ୍ରଣ କରାଯିବ। ତେବେ ଅତିଥି ମାନଙ୍କୁ ନିମନ୍ତ୍ରଣ କରିବା ପୂର୍ବରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯିବା ପରେ ପ୍ରଭୁ ନୃସିଂହ, ମାଆ ବିମଳା, ମଙ୍ଗଳା ଏବଂ ପଞ୍ଚୁପାଣ୍ଡବଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରତ୍ୟେକ ଶୁଭ କାର୍ଯ୍ୟରେ ପ୍ରଥମେ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରାଯିବାର ପରମ୍ପରା ଥିବାରୁ ଏନେଇ ଏହି କାର୍ଯ୍ୟ ଆଜି ଶ୍ରୀମନ୍ଦିରରେ ସମ୍ପନ୍ନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.8 ° C
    40.8 °
    40.8 °
    10 %
    3.7kmh
    0 %
    Mon
    40 °
    Tue
    41 °
    Wed
    43 °
    Thu
    44 °
    Fri
    44 °

    ସମ୍ବନ୍ଧିତ