Wednesday, October 23, 2024
21.7 C
Odisha

    ରଥଯାତ୍ରା ଦେଖିବାକୁ ଯାଇଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ବଲାଙ୍ଗୀର: ପୁରୀ ରଥଯାତ୍ରା ସମୟରେ ଭିଡ଼ ଯୋଗୁଁ ଦଳାଚକଟା ହୋଇଥିବାବେଳେ ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକରୁ ରଥ ଦେଖିବାକୁ ଯାଇଥିବା ଲଳିତ ବଗର୍ତ୍ତିଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାର ଲୋକଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି । ଏହା ସହିତ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରକାଶ ଯେ ରଥଯାତ୍ରା ଦେଖିବାକୁ ଯାଇଥିବା ଲଳିତ ଅସମ୍ଭାଳ ଭିଡ଼ ଯୋଗୁଁ ଚେତାଶୂନ୍ୟ ହୋଇ ପଡ଼ିଥିଲେ । ତୁରନ୍ତ ତାଙ୍କୁ ଡାକ୍ତରଖାନା ନେଇଥିଲେ ହେଁ ତାଙ୍କର ମୃତ୍ୟୁ ଘଟିଥିଲା । ଏହା ସହ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ଡାକ୍ତରଖାନା ରେ ଚିକିତ୍ସା କରାଯାଉଥିବା ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ