Monday, October 12, 2026
23.8 C
Odisha

    ବଡ଼ଦାଣ୍ଡରେ ରାଷ୍ଟ୍ରପତି, ମହାପ୍ରଭୁଙ୍କୁ କଲେ ଦର୍ଶନ

    ଆଗକୁ ପଢନ୍ତୁ

    ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବଡ଼ଦାଣ୍ଡରେ ପହଞ୍ଚି ରଥାରୁଢ଼ ଠାକୁରଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପୁରୀରେ ପହଞ୍ଚିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଅପରାହ୍ଣରେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଥିଲେ। ସେଠାରୁ ସେ ବଡ଼ଦାଣ୍ଡକୁ ଯାଇଥିଲେ। ବଡ଼ଦାଣ୍ଡରେ ହୋଇଥିବା ମଞ୍ଚରେ ବସି ସେ ରଥଯାତ୍ରା ଦେଖିଛନ୍ତି। ଏଠାରେ ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ, ରାଜ୍ୟ ଉଚ୍ଚଶିକ୍ଷା ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରମୁଖ ଯୋଗଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    76 %
    1.1kmh
    2 %
    Mon
    23 °
    Tue
    30 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ