Tuesday, October 13, 2026
24.3 C
Odisha

    ମହାପ୍ରଭୁଙ୍କୁ ନେଇ ସମ୍ବିତ ପାତ୍ରଙ୍କ ଅରୁଚିକର ବୟାନକୁ ନିନ୍ଦା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ବିଶ୍ବଦେବତା । ମହାପ୍ରଭୁଙ୍କୁ ଅନ୍ୟ ଜଣେ ମଣିଷର ଭକ୍ତ ବୋଲି କହିବା ପ୍ରଭୁଙ୍କ ପ୍ରତି ଅପମାନ ଅଟେ। ଏହା ବିଶ୍ବର ସମସ୍ତ ଜଗନ୍ନାଥପ୍ରେମୀଙ୍କ ଭାବନାକୁ ଆଘାତ ଦେଇଛି । ମହାପ୍ରଭୁଙ୍କୁ ରାଜନୀତିର ଉର୍ଦ୍ଧ୍ବରେ ରଖିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁଙ୍କୁ ଅନ୍ୟ ଜଣେ ମଣିଷର ଭକ୍ତ ବୋଲି କହିବା ସମ୍ପୂର୍ଣ୍ଣ ନିନ୍ଦନୀୟ। ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ଦେଇଥିବା ବିବୃତ୍ତିକୁ ଦୃଢ଼ ନିନ୍ଦା କରିଛନ୍ତି। ଏହା ଦ୍ବାରା ଆପଣ ଓଡ଼ିଆ ଅସ୍ମିତାଙ୍କୁ ଗଭୀର ଭାବରେ ଆଘାତ ଦେଇଛନ୍ତି ବୋଲି ନବୀନ କହିଛନ୍ତି। ଜଗନ୍ନାଥ ହେଉଛନ୍ତି ମୋଦୀଙ୍କ ଭକ୍ତ। ଆଜି ମହାପ୍ରଭୁଙ୍କ ମାଟିରେ ଛିଡ଼ା ହୋଇ ଏଭଳି ଅହଂକାରର କଥା କହିଥିଲେ ପୁରୀ ବିଜେପି ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର। ବଡ଼ଦାଣ୍ଡରେ ଛିଡ଼ା ହୋଇ ଗଣମାଧ୍ଯମକୁ ସମ୍ବିତ ଦେଇଥିବା ଏଭଳି ଅରୁଚିକର ପ୍ରତିକ୍ରିୟା ଆଜି ଲକ୍ଷଲକ୍ଷ ଜଗନ୍ନାଥପ୍ରେମୀଙ୍କ ମନରେ ଆଘାତ ଦେଇଥିଲା। ସାରା ରାଜ୍ଯରେ ଏହାକୁ ନେଇ ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା। ଏମତିରେ ଚଳିତ ନିର୍ବାଚନରେ ଲଢେଇ ପୂର୍ବରୁ ବିଜେପି ପ୍ରସଙ୍ଗହୀନ ହୋଇ ପଡିଛି। ଓଡ଼ିଆ ଅସ୍ମିତାକୁ ନେଇ ଲଢେଇ ଆରମ୍ଭ କରିଥିବା ବିଜେପି ନିଜ ଜାଲରେ ନିଜେ ଫସିବା ପରେ ଶେଷରେ ବାଧ୍ଯ ହୋଇ ଧର୍ମ ଓ ଠାକୁରଙ୍କୁ ନେଇ ରାଜନୀତି ଆରମ୍ଭ କରି ଦେଇଛି। କେତେବେଳେ କନ୍ଧମାଳ ଦଙ୍ଗା କଥା ତ କେତେବେଳେ ରାମ ମନ୍ଦିର, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପୁଣି କେତେବେଳେ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ମିଛ ତଥ୍ଯ ଯୋଡି ଲୋକଙ୍କୁ ବିଭ୍ରାନ୍ତ କରି ଭୋଟ୍ ରାଜନୀତି କରିବାକୁ ହୀନ ଉଦ୍ଯମ ଚଳାଇ ଆସିଛି।।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    78 %
    0.4kmh
    0 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ