Saturday, October 10, 2026
27.9 C
Odisha

    ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ, ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ

    ଆଗକୁ ପଢନ୍ତୁ

    ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ। ଆସନ୍ତା ଜାନୁଆରୀ ୧୭ ତାରିଖରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବ। ଉଦଘାଟନୀ ଉତ୍ସବରେ ଯୋଗ ଦେବାକୁ ଆଜିଠାରୁ ଦେଶର ପ୍ରମୁଖ ଦେବପୀଠକୁ ନିମନ୍ତ୍ରଣ ପତ୍ର ଦିଆଯିବ । ପ୍ରଭୁ ଲିଙ୍ଗରାଜଙ୍କୁ ପ୍ରଦାନ କରାଯିବ ପ୍ରଥମ ନିମନ୍ତ୍ରଣ ପତ୍ର । ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ଦିଆଯିବ । ପରେ ବିଭିନ୍ନ ଦଳଗୁଡ଼ିକ ନିଜ ଗନ୍ତବ୍ୟସ୍ଥଳ ଉଦ୍ଦେଶ୍ୟରେ ଯାତ୍ରା କରିବେ।

    ଏହି କାର୍ଯ୍ୟକ୍ରମକୁ ଅତ୍ୟନ୍ତ ଭବ୍ୟ ଭାବରେ ସମ୍ପାଦନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦେଶର ବିଭିନ୍ନ ଦେବପୀଠ ଓ ଧାର୍ମିକ ଗୁରୁମାନଙ୍କୁ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆମନ୍ତ୍ରଣ କରାଯିବ। ଏନେଇ ପୁରୀଠାରେ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ଶ୍ରୀମନ୍ଦିର କର୍ତ୍ତୃପକ୍ଷ, ଛତିଶା ନିଯୋଗ ଓ ସେବାୟତଙ୍କ ଉପସ୍ଥିତିରେ ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ହୋଇଛି।

    ୨୮ ତାରିଖ ସକାଳୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନିକଟରୁ ୨୩ଟି ଗାଡ଼ିରେ ନିମନ୍ତ୍ରଣର ବାର୍ତ୍ତା ନେଇ ପ୍ରତିନିଧିମାନେ ଯାତ୍ରା ଆରମ୍ଭ କରିବେ। ୧୩ଟି ଗାଡ଼ି ରାଜ୍ୟ ମଧ୍ୟରେ ବିଭିନ୍ନ ପ୍ରମୁଖ ଦେବପୀଠ, ଜଗନ୍ନାଥ ମନ୍ଦିରକୁ ନିମନ୍ତ୍ରଣ ପାଇଁ ବାହାରିବେ। ସେହିପରି ୧୭ଟି ଗାଡ଼ି ରାଜ୍ୟ ବାହାରକୁ ଯାତ୍ରା କରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ