Monday, March 2, 2026
21.1 C
Odisha

    ସିନିୟର ଛାତ୍ରଙ୍କ ମାଡ଼ରେ ଏମବିବିଏସ୍ ଛାତ୍ର ଲହୁଲୁହାଣ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ରାଗିଂ ଅଭିଯୋଗ । ଗତ ଶୁକ୍ରବାର ବିଳମ୍ବିତ ରାତିରେ ମେଡିକାଲ କଲେଜର ପ୍ରଥମ ବର୍ଷ ଏମବିବିଏସ୍ ଛାତ୍ର ରୁଦ୍ର ରାଉତଙ୍କୁ କ୍ୟାମ୍ପସ ପରିସରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । କଲେଜର ଚତୁର୍ଥ ବର୍ଷ ଏମବିବିଏସର କିଛି ଛାତ୍ର ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏଥିରେ ରଦ୍ର ଲହୁଲହାଣ ହୋଇଥିଲେ । ଏନେଇ ରୁଦ୍ର ବୈଦ୍ୟନାଥପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ରୁଦ୍ରଙ୍କ ଘର ବାଲେଶ୍ୱରରେ । ସେ ଶୁକ୍ରବାର ରାତିରେ କ୍ୟାମ୍ପସରେ ବ୍ୟାଣ୍ଡ ଅଭ୍ୟାସ କରିବାକୁ ଯାଇଥିଲେ । ସେଠାରୁ ଫେରିବା ପରେ ଦୁଇ ଜଣ ସିନିୟର ଛାତ୍ରଙ୍କୁ ନେଇ ମେଡିକାଲ ପୋଲିସ ଫାଣ୍ଡି ନିକଟରେ ଛାଡିଥିଲେ । ହେଲେ ସେଠାରେ ଉପସ୍ଥିତ ଥିବା ଏମବିବିଏସ୍ ଚତୁର୍ଥ ବର୍ଷର ୨ ଜଣ ସିନିୟର ଛାତ୍ର ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.1 ° C
    21.1 °
    21.1 °
    44 %
    1.2kmh
    8 %
    Mon
    35 °
    Tue
    36 °
    Wed
    37 °
    Thu
    38 °
    Fri
    38 °

    ସମ୍ବନ୍ଧିତ