Friday, September 11, 2026
27.3 C
Odisha

    ମଙ୍ଗଳବାର ଓଡିଶାରେ ପହଞ୍ଚିବେ ରାହୁଲ ଗାନ୍ଧୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ରାହୁଲ ଗାନ୍ଧୀ ମଣିପୁରରୁ ଭାରତ ଯୋଡୋ ନ୍ୟାୟ ଯାତ୍ରା ନାମରେ ନିଜର ଦ୍ୱିତୀୟ ରାଜନୈତିକ ଯାତ୍ରା ଆରମ୍ଭ କରିଛନ୍ତି । ଏହା ମାର୍ଚ୍ଚ ୨୦ରେ ମୁମ୍ବାଇରେ ଶେଷ ହେବ। ତେବେ ରାହୁଲଙ୍କ ଏହି ଯାତ୍ରା ଆସନ୍ତାକାଲି ଅପରାହ୍ନରେ ଓଡ଼ିଶାରେ ପହଞ୍ଚିବ। ଯାହାକୁ ନେଇ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ତେବେ ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ସମ୍ପର୍କରେ ପିସିସି ସଭାପତି ଶରତ ପଟ୍ଟନାୟକ ଆଜି ରାଉରକେଲାଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି, ରାହୁଲଙ୍କ ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ଫେବୃଆରୀ ୬ ତାରିଖ (ମଙ୍ଗଳବାର) ଅପରାହ୍ନ ୨ଟା ୩୦ରେ ଝାଡ଼ଖଣ୍ଡ-ଓଡ଼ିଶା ସୀମା ବାସଜୋଲଠାରୁ ୪୨ କିଲୋମିଟର ଦୂର ଅତିକ୍ରମ କରି ଓଡ଼ିଶାର ବୀରମିତ୍ରପୁରଠାରେ ପହଞ୍ଚିବ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଓ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସେଠାରେ ନ୍ୟାୟ ଯାତ୍ରାକୁ ଭବ୍ୟ ସ୍ୱାଗତ କରାଯିବ। ପରେ ସେଠାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା ପତାକା ଓଡ଼ିଶା ପ୍ରଦେଶ କଂଗ୍ରେସକୁ ହସ୍ତାନ୍ତର କରାଯିବ। ସେଠାରୁ ରାହୁଲ ୧୧କିଲୋମିଟର ଯାତ୍ରା କରି ରାମପାଲର ବିଜାବାହାଲଠାରେ ରାତ୍ରିଯାପନ କରିବେ। ସେଠାରେ ହିଁ ତାଙ୍କ ରାତ୍ରି ରହଣୀ ନିମନ୍ତେ ଆବଶ୍ୟକ ବ୍ୟବସ୍ଥା ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    81 %
    1.6kmh
    97 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ