Monday, May 18, 2026
36.7 C
Odisha

    ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡିଶା ସମେତ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଂଲାଦେଶ ଠାରୁ ଗାଙ୍ଗେୟ ଉପତ୍ୟକା ଦେଇ ଉତ୍ତର ଓଡିଶା ପର୍ଯ୍ୟନ୍ତ ବାୟୁମଣ୍ଡଳର ୦.୯ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୩ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ସମେତ ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଏବଂ ଢେଙ୍କାନାଳ ରେ ବର୍ଷା ନେଇ ଆକଳନ କରାଯାଇଛି। ବାକି ଓଡ଼ିଶାର ଅନ୍ୟ ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବର୍ଷା ପ୍ରଭାବ ରେ ପାଗ କୋହଲା ରହିଲେ ମଧ୍ୟ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। ବର୍ଷା ସହ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର କୁହୁଡି ଅନୁଭୂତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36.7 ° C
    36.7 °
    36.7 °
    20 %
    1.3kmh
    67 %
    Mon
    38 °
    Tue
    43 °
    Wed
    46 °
    Thu
    46 °
    Fri
    44 °

    ସମ୍ବନ୍ଧିତ