Monday, June 22, 2026
26.9 C
Odisha

    ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ । ଆଗାମୀ 22 ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ 24ରେ ଅବପାତରେ ପରିଣତ ହେବ। ଏହା ପ୍ରଭାବରେ 24ରେ ଦକ୍ଷିଣ ଓଡ଼ିଶା ଏବଂ 25ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୧ ତାରିଖ ଯାଏଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ୱଭାବିକଠାରୁ ୨ ରୁ ୪ ଡିଗ୍ରୀ ତାପମାତ୍ରା ଅଧିକ ରହିବ । ଉପକୂଳ ଓଡ଼ିଶାରେ ଉଷ୍ମ ଆଦ୍ର ତାପମାତ୍ରା ପରିଲକ୍ଷିତ ହେବ। ଦିନ ସମୟରେ ଆଦ୍ରତା ଅଧିକ ରହୁଥିବା ହେତୁ ଗୁଳୁଗୁଳି ଅନୁଭୁତ ହେବ । ଦକ୍ଷିଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆଗାମୀ ଦୁଇ ରୁ ତିନି ଦିନ ଯାଏଁ କାଳବୈଶାଖୀ ର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.9 ° C
    26.9 °
    26.9 °
    72 %
    1.2kmh
    97 %
    Mon
    37 °
    Tue
    36 °
    Wed
    36 °
    Thu
    34 °
    Fri
    36 °

    ସମ୍ବନ୍ଧିତ