Wednesday, October 14, 2026
22.4 C
Odisha

    ୨୬ରୁ ପ୍ରବଳ ବର୍ଷା, ମୌସୁମୀ ସକ୍ରିୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର ପ୍ରଭାବରେ ୨୬ରୁ ବଢ଼ିବ ବର୍ଷା। ତେବେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୫ ଦିନ ବର୍ଷା ହେବ ଏବଂ ଆଗାମୀ ୪୮ ଘଣ୍ଟା ହାଲୁକା ବର୍ଷା ହେବ। ୨୬ରୁ ବଢ଼ିବ ବର୍ଷାର ବିସ୍ତୃତି। ୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଇପାରେ। ଆସନ୍ତା ତିନି ଦିନ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ। ଏହାକୁ ନଜରରେ ରଖିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୨୬ ତାରିଖ ସକାଳ ୮ଟା ଯାଏ ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ନୟାଗଡ଼, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ବ ଓ ଯାଜପୁର ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    95 %
    1.5kmh
    5 %
    Wed
    22 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ