Tuesday, September 22, 2026
23.5 C
Odisha

    ଦୁର୍ବଳ ନଦୀବନ୍ଧ ଓ ପୂର୍ବରୁ ଥିବା ଘାଇକୁ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪ରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

    ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ। କମିଟିର ସଦସ୍ୟ ମାନଙ୍କ ମତାମତ ଶୁଣିବା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ ଜଳସେଚନ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ନଗର ଉନ୍ନୟନ ବିଭାଗ ପୌରାଞ୍ଚଳରେ ଥିବା ଡ୍ରେନ୍ ଗୁଡିକର ପଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    23.5 ° C
    23.5 °
    23.5 °
    94 %
    0.5kmh
    100 %
    Mon
    24 °
    Tue
    27 °
    Wed
    27 °
    Thu
    24 °
    Fri
    28 °

    ସମ୍ବନ୍ଧିତ