Saturday, October 10, 2026
24.5 C
Odisha

    ୨୭ ତାରିଖ ଯାଏଁ ପ୍ରବଳ ବର୍ଷାର ପୂର୍ବାନୁମାନ; ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଯାଏଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ରାତି ୮ଟା ୩୦ରୁ ଆସନ୍ତାକାଲି ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ, ଏନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର । ସେହିପରି ୨୬ ତାରିଖ ରାତି ୮ଟା ୩୦ରୁ ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜକୁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି ।

    ଏପଟେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି। ଘୂର୍ଣ୍ଣିଝଡ଼ ପ୍ରଭାବ ଯୋଗୁଁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ସତର୍କ ସୂଚନା ଜାରି କରାଯାଇଛି । ଏପରିକି ଯେଉଁ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ସେଠାକାର ପ୍ରଶାସନ ପ୍ରସ୍ତୁତ ରହିବା ସହ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ପରାମର୍ଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    77 %
    0.4kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ