Sunday, October 4, 2026
21.8 C
Odisha

    ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟବ୍ୟାପି ବର୍ଷା ଜାରି ରହିଥିବା ‌ବେଳେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେଉଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସକ୍ରିୟ ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୁର୍ଣ୍ଣିବଳୟଟି ସକ୍ରିୟ ଥିବା ବେଳେ ଏହା ଅଧିକ ଘନୀଭୂତ ବା ଘୁର୍ଣ୍ଣିବଳୟ ପ୍ରଭାବରେ ୪୮ ଘଂଟାରେ ଲଘୁଚାପର ରୂପ ନେବ। ପ୍ରଭାବରେ ଆଗାମୀ ୫ ଦିନ ଯାଏ ବର୍ଷା ସହ ଦକ୍ଷିଣ ଓଡ଼ିଶାରେ ବିଶେଷକରି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୪ ଘଂଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କେନ୍ଦୁଝର ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି ହୋଇଛି। ଆସନ୍ତାକାଲି ସାରା ରାଜ୍ୟରେ ବର୍ଷା ସହ ରାୟଗଡ଼ା ଓ ଗଜପତି ପ୍ରବଳରୁ ଅତି ପ୍ରବଳ ବର୍ଷା ଅରେଞ୍ଜ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.8 ° C
    21.8 °
    21.8 °
    75 %
    1.3kmh
    1 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ