Saturday, September 19, 2026
25.5 C
Odisha

    ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା। ଆହୁରି ୫ ଦିନ ଲାଗି ରହିବ ବର୍ଷା।ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ହେବା । ଏ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳରେ ଅତି ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଅନୁଗୁଳ, ଢେ଼ଙ୍କାନାଳ, ନୟାଗଡ଼, କଟକ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ରହିଛି। ଆସନ୍ତାକାଲି ମଧ୍ୟ ଭଦ୍ରକ,କେନ୍ଦ୍ରାପଡା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ସହ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ପବନ ହେବ। ୨୯ ଓ ୩୦ ତାରିଖରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ୮ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ୧୫୨ ମିମି ବର୍ଷା କୋରାପୁଟରେ ରେକର୍ଡ ହୋଇଥିବା ସୂଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.5 ° C
    25.5 °
    25.5 °
    89 %
    1.4kmh
    100 %
    Sat
    26 °
    Sun
    31 °
    Mon
    30 °
    Tue
    28 °
    Wed
    27 °

    ସମ୍ବନ୍ଧିତ