Sunday, March 22, 2026
32 C
Odisha

    ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ। ବିଶେଷ କରି ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବଢୁଥିବାରୁ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଆଜି ରାଜଧାନୀ ଭୁବନେଶ୍ବରରେ ଆକାଶ ମେଘୁଆ ରହିବା ସହ ଅପରାହ୍ନରେ ଘଡଘଡି ବିଜୁଳି ସହ ବର୍ଷା ହୋଇଛି। ଏହାସହ କଟକ, ଖୋର୍ଦ୍ଧା, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଆଦି ଜିଲ୍ଲାରେ ହାଲୁକା ବର୍ଷା ରେକର୍ଡ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁରରେ ମଧ୍ୟମ ଧରଣର ବର୍ଷା ହେବ। ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ ଏବଂ କଟକରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି। ବର୍ଷା ପ୍ରଭାବରେ ତାପମାତ୍ରା ସ୍ବାଭାବକି ଠାରୁ କମ୍ ରହିବ। ୧୨ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ। ଗତକାଲି ରାଜ୍ୟର ୧୧ଟି ସହରର ତାପମାତ୍ରା ୩୬ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିଥିଲା । ୩୮ ଡିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବରେ ରେକର୍ଡ କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32 ° C
    32 °
    32 °
    17 %
    4.1kmh
    4 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ