Monday, April 6, 2026
33.6 C
Odisha

    ସକ୍ରିୟ ହେଲା ମୌସୁମୀ : ୨୬ରୁ ବଢିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ସାରା ରାଜ୍ୟକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ସମୟରେ ଦିନକ ପରେ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁବା ସହ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜୁନ ୮ରେ ମାଲକାନାଗିରି ସମେତ ଦକ୍ଷିଣ ପ୍ରାନ୍ତର କିଛି ଜିଲ୍ଲାକୁ ଛୁଇଁଥିଲା। କିନ୍ତୁ ମୌସୁମୀ ଯେତେକି ବର୍ଷିବା କଥା ସେତିକି ବର୍ଷା ହୋଇ ନଥିଲା। କିଛି ଦିନ ପାଇଁ ମୌସୁମୀ ଆଗକୁ ମଧ୍ୟ ବଢ଼ି ପାରି ନଥିଲା। ହେଲେ ଆଜି ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସ୍ୱାଭାବିକ ସମୟର ଦିନକ ପରେ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ୨୬ରୁ ଏହାର ପରିମାଣ ବଢ଼ିବ। ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିସବୁ ଜିଲ୍ଲାଗୁଡ଼ିକ ହେଲା- ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼। ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତା ୨୭ ତାରିଖରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜିଠାରୁ ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ରହିବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    33 %
    3.3kmh
    96 %
    Mon
    34 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ