Friday, September 18, 2026
25.4 C
Odisha

    ଆଜିଠାରୁ ବଢ଼ିବ ବର୍ଷା, ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଗ ଅନୁକୂଳ ହୋଇଛି। ଏହି ଦିନଗୁଡ଼ିକରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବାକୁ ଥିବା ବେଳେ ୨୮ରେ ହିଁ ସର୍ବାଧିକ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ଆଲର୍ଟ ଜାରି କରିଛି। ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ବରଗଡ଼ରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାଛଡ଼ା ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଏହି ସମୟରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ‘ୟେଲୋ ଆଲର୍ଟ’ ଜାରି କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.4 ° C
    25.4 °
    25.4 °
    87 %
    1.2kmh
    100 %
    Fri
    25 °
    Sat
    31 °
    Sun
    31 °
    Mon
    29 °
    Tue
    30 °

    ସମ୍ବନ୍ଧିତ