Saturday, September 12, 2026
25.6 C
Odisha

    ୨୧ ଯାଏଁ ରାଜ୍ୟରେ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ। ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଏଥିଲାଗି ଆଗାମୀ ୨୪ ଘଣ୍ଟାରେ କନ୍ଧମାଳ, କୋରାପୁଟ, ଗଂଜାମ, ଗଜପତି, ରାୟଗଡା ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଆଜି ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ‌ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
    ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.6 ° C
    25.6 °
    25.6 °
    92 %
    2.1kmh
    100 %
    Sat
    26 °
    Sun
    31 °
    Mon
    30 °
    Tue
    31 °
    Wed
    30 °

    ସମ୍ବନ୍ଧିତ