Wednesday, October 7, 2026
27.2 C
Odisha

    ୧୭ରୁ ବଢ଼ିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କୁ ଗ୍ରୀଷ୍ମ ପ୍ରବାହରୁ ଆଶ୍ବସ୍ତି ମିଳିବ। ତେବେ ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଲାଗିରହିବ। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୭ ତାରିଖଠାରୁ ସାରା ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବ। ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ୧୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏବେ ସୁଦ୍ଧା ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି।
    ସେପଟେ ପଶ୍ଚିମ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଲାଗିରହିଛି। ବାରିପଦାଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରି ରେକର୍ଡ ହୋଇଛି। ଯେତେବେଳେ କି ବୌଦ୍ଧରେ ୪୨.୧, ଝାରସୁଗୁଡ଼ାରେ ୪୧.୯, ସୁନ୍ଦରଗଡ଼ରେ ୪୧.୬, ରାଉରକେଲାରେ ୪୦.୮, ନୂଆପଡ଼ାରେ ୪୦.୪, ସମ୍ବଲପୁରରେ ୪୦.୩ ଡିଗ୍ରି ରହିଥିଲା। ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ଗଞ୍ଜାମ ପରି ଜିଲ୍ଲାଗୁଡ଼ିକରେ ତାପମାତ୍ରା କମ୍‌ ରହିଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ଗୁଳୁଗୁଳି ଲାଗିରହିବ। ଗୁରୁବାର ସକାଳ ୮ଟା ୩୦ରୁ ଶୁକ୍ରବାର ସକାଳ ୮ଟା ୩୦ ମଧ୍ୟରେ ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୫୧.୬ ମିମି ବର୍ଷା ହୋଇଛି। ସେହିପରି କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୪୪.୨, ଟିକାବାଲିରେ ୩୭, ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୩୪, ଢେଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ରେ ୩୩.୬, ଅଲତୁମାରେ ୩୦.୬, କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁର ଓ ସୋନପୁର ଜିଲ୍ଲାର ବୀରମହାରଜପୁରଠାରେ ୩୦ ମିମି ବର୍ଷା‌ ରେକର୍ଡ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ