Sunday, April 12, 2026
36.4 C
Odisha

    ବିଜେପିରେ ଯୋଗ ଦେବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ବିଜେପିରେ ଯୋଗ ଦେବେ ବୋଲି ଜଣାଯାଇଛି । ଆସନ୍ତା ୪ ତାରିଖରେ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେବେ ରାଜେନ୍ଦ୍ର । ଏହାପୂର୍ବରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜୁ । ତେବେ ଧାମନଗର ଉପ-ନିର୍ବାଚନରେ ଟିକେଟ ନ ମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ପରାଜିତ ହୋଇଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ ରାଜୁ ଦାସ। କିନ୍ତୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାରୁ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ବିଜୟ ସହଜସାଧ୍ୟ ହୋଇଥିଲା।
    ୨୦୦୯ରେ ବିଜେଡି ଟିକେଟରୁ ବିଧାୟକ ହୋଇଥିବା ରାଜେନ୍ଦ୍ର ଦାସଙ୍କୁ ୨୦୧୪ରେ ଟିକେଟ ଦେଇନଥିଲା ଦଳ । ତେବେ ୨୦୧୯ରେ ପୁଣିଥରେ ଟିକେଟ ପାଇଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ବିଷ୍ଣୁ ସେଠୀଙ୍କ ଠାରୁ ପରାଜିତ ହୋଇଥିଲେ ରାଜେନ୍ଦ୍ର । ପରେ ବିଷ୍ଣୁଙ୍କ ଦେହାନ୍ତ ପରେ ହୋଇଥିବା ଉପ-ନିର୍ବାଚନରେ ବିଜେଡି ଟିକେଟ ନ ପାଇ ନିରାଶ ହୋଇ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର ମୈଦାନକୁ ଓହ୍ଲାଇଥିଲେ ମଧ୍ୟ ପରାଜିତ ହୋଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.4 ° C
    36.4 °
    36.4 °
    11 %
    1.2kmh
    0 %
    Sun
    39 °
    Mon
    41 °
    Tue
    42 °
    Wed
    44 °
    Thu
    44 °

    ସମ୍ବନ୍ଧିତ